ଦୁର୍ନୀତିଖୋର ଅଧିକାରୀଙ୍କୁ ଘଣ୍ଟ ଘୋଡ଼ାଇବ ନାହିଁ ସରକାର । ଦୁର୍ନୀତି ନିବାରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ଓଡ଼ିଶା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଭିଗିଲାନ୍ସ ବିଭାଗ 4 ମାସରେ କାମ କରିଛି । 6 ଜଣ ଚିଫ ଇଞ୍ଜିନିୟର ଜେଲରେ ଅଛନ୍ତି । ଅନେକ କ୍ଳାସ 1 ଅଫିସର ଜେଲରେ ଅଛନ୍ତି । 6 କେଜି ସୁନା ଗହଣା ଜବତ ହୋଇଛି । ଏହା ଫିଲ୍ମର ଟ୍ରେଲର ଚାଲିଛି ଫିଲ୍ମ ବାକି ଅଛି । ଜଣେ ଏହି ଅବସରରେ 5 ଟି ଦୁର୍ନୀତି କଥା ଉଠାଇବାକୁ ବି ଭୁଲିନାହାନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହୁରି କହିଛନ୍ତି, ରାଜ୍ୟରେ ଭିଜିଲାନ୍ସ ଫରେନ୍ସିକ ବିଜ୍ଞାନ ଅନୁଷ୍ଠାନ ପ୍ରତିଷ୍ଠା ହେବ। ଏହାଛଡ଼ା ଭିଜିଲାନ୍ସ ବିଭାଗରେ ୮ଜଣ ଏସପି, ୮ ଜଣ ଅତିରିକ୍ତ ଏସପି, ୨୪ ଜଣ ଡିଏସପି ଓ ୧୬ ଜଣ ଏସଆଇ ନିୟୋଜିତ ହେବେ। ତଦନ୍ତରେ ସହଯୋଗ ଲାଗି ୨୪ ଜଣ ସାଇବର ଏକ୍ସପର୍ଟ, ଚାଟାର୍ଡ ଆକାଉଣ୍ଟାଣ୍ଟ ଓ ବ୍ୟାମଙ୍କ ଏକ୍ସପର୍ଟ ନିୟୋଜିତ ହେବେ । ୧୩୫ ମୋଟର ସାଇକେଲ, ୧୬୦ ଡେସ୍କଟପ/ଲ୍ୟାପଟପ ବି ଯୋଗାଇ ଦିଆଯିବ।