ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀ ଭୁବନେଶ୍ବରରେ ରନ ଫର ୟୁନିଟି ଆୟୋଜିତ ହୋଇଛି । କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଉଦଘାଟନ କରିଛନ୍ତି । ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା , ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ , ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ , ଏକାମ୍ର ବିଧାୟକ ବାବୁ ସିଂହ , ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି ।