ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଛନ୍ତି । ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ଭୁବନେଶ୍ବର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଆସୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତର ଦିନକ ପୂର୍ବରୁ ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁ ଧମକ ଦେଇଛି ।
ଏକ ଭିଡିଓ ବାର୍ତ୍ତା ଜାରି କରି ସମ୍ମିଳନୀ ପଣ୍ଡ କରିବାକୁ ଧମକ ଦେଇଛି । ପୁଲିସ କମିସନର ସୁରେଶ ଦେବଦତ୍ତ ପ୍ରେସମିଟ୍ କରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଓ କେନ୍ଦ୍ର ଗୁଇନ୍ଦା ସଂସ୍ଥା ରାଜଧାନୀ ଉପରେ କଡ଼ା ନଜର ରଖିବେ ବୋଲି କମିସନର କହିଛନ୍ତି ।
କମିସନର କହିଛନ୍ତି ବହୁସ୍ତରୀୟ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ଵର ରହିବ। ଭୁବେନଶ୍ଵରରେ ୭୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ରହିବେ। ରାଜ୍ୟ ପୋଲିସ, ସଶସ୍ତ୍ର ବାହିନୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳ ମୁତୟନ ହୋଇଛନ୍ତି। ସୁରକ୍ଷା ପାଇଁ ଆଣ୍ଟି ଟେରର ଫୋର୍ସ ସଜାଗ ରହିବେ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ସଂସ୍ଥା (ଏନ୍ଏସ୍ଜି) ଅଜିତ ଡୋଭାଲ ଆସୁଛନ୍ତି ।NIA, CRPF, BSF, NSG, IB, and CISF ର ବରିଷ୍ଠ ଅଧିକାରୀମାନେ ଏହି ସମ୍ମିଳନୀରେ ଯୋଗେଦେବେ ।
ରାଜ୍ୟରେ ପ୍ରଥମଥର ପାଇଁ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହେବ। ଏଥିରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋାଦି, ଗୃହମନ୍ତ୍ରୀ ଅମିତ ଶାହ, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ।
ଡିଜି ଓ ଆଇଜି ସମ୍ମିଳନୀ ପାଇଁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ନଭେମ୍ବର ୨୯ ତାରିଖରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ବିଭିନ୍ନ ସ୍ଥାନ ପାଇଁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ବିଶେଷକରି ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା।
ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ଜି ଛକ, ରାଜଭବନ ଛକ ମନା। ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ମନା କରାଯାଇଛି।