ଉତ୍ତରପ୍ରଦେଶ ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ଏଥିସହ ପ୍ରୟାଗରାଜରେ ୫ ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି । ସଙ୍ଗମ ସ୍ଥଳରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ପରେ ଅକ୍ଷୟ ବଟବୃକ୍ଷ ସ୍ଥଳରେ ସ୍ଥଳରେ ପୂଜାର୍ଚ୍ଚନା କରିଛନ୍ତି । ପରେ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂଅକୁ ଯାଇ ପୂଜା କରିଥିଲେ ।
ମହାକୁମ୍ଭ ପ୍ରଦର୍ଶନୀ ସ୍ଥାନ ପରିଦର୍ଶନ କରି ସ୍ଥିତି ସୀମକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ । ୫୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପରେ ରହିଛି ବିଭିନ୍ନ ରେଳ, ସଡ଼କ, ବିଦ୍ୟୁତ, ପାନୀୟଜଳ ଏବଂ ସ୍ୱାସ୍ଥ୍ୟସେବା ସମ୍ପର୍କିତ ଏକାଧିକ ପ୍ରକଳ୍ପ । ଏଥିସହିତ ଭରଦ୍ୱାଜ ଆଶ୍ରମ କରିଡର, ଶ୍ରୀଙ୍ଗଭରପୁର ଧାମ କରିଡର, ଅକ୍ଷୟଭଟ୍ଟ କରିଡର, ହନୁମାନ ମନ୍ଦିର କରିଡର ଆଦିର ମଧ୍ୟ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।
ଏହି ଅବସରରେ ପ୍ରଧାନମନ୍ତ୍ରୀ କୁମ୍ଭ ‘ସାହାୟକ’ ଚାଟବଟ୍ ମଧ୍ୟ ଲଞ୍ଚ କରିବେ । ଯାହାକି ଶ୍ରଦ୍ଧାଳୁଙ୍କୁ ମହାକୁମ୍ଭ ମେଳା ୨୦୨୫ ଓ ଏହାର କାର୍ଯ୍ୟକ୍ରମ ବିଷୟରେ ସର୍ବଶେଷ ସୂଚନା ପ୍ରଦାନ କରିବ। ୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ଯାଏ ମହାକୁମ୍ଭ ମେଳା ଚାଲିବ। ଏଥିରେ ପ୍ରାୟ ୪୦ କୋଟି ଲୋକଙ୍କର ସମାଗମ ଆଶା କରାଯାଉଛି । ପ୍ରତି ୧୨ ବର୍ଷରେ ଥରେ ପ୍ରୟାଗରାଜରେ ହୋଇଥାଏ ମହାକୁମ୍ଭ ମେଳା ।