ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି । କିଛି ଦିନ ତଳେ ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତି କରାଯାଇଥିଲା । ସେ ହୃଦଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ । ତାଙ୍କୁ 73 ବର୍ଷ ବୟସ ହୋଇଥିଲା । ଉସ୍ତାଦ ଜାକିର ହୁସେନ 1951 ମସିହା ମାର୍ଚ୍ଚ 9 ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ବର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ ।
ସ୍ତାଦ ଜାକିର ହୁସେନ 1951 ମସିହା ମାର୍ଚ୍ଚ 9 ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ବର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ତାଙ୍କର ଅବଦାନ ଅତୁଳନୀୟ । ନିଜର ଅସାଧାରଣ ପ୍ରତିଭା ପାଇଁ ସେ ଗତ କିଛି ବର୍ଷ ମଧ୍ୟରେ ଅନେକ ପୁରସ୍କାର ପାଇଛନ୍ତି । ତାଙ୍କୁ ଭାରତ ସରକାର ପଦ୍ମଶ୍ରୀ ପଦ୍ମଭୂଷଣ ଏବଂ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ୧୯୯୯ ମସିହାରେ ତାଙ୍କୁ ଆମେରିକାର ନ୍ୟାସନାଲ ଆଣ୍ଡୋମେଣ୍ଟ ଫର ଦି ଆର୍ଟସ ପକ୍ଷରୁ ନ୍ୟାସନାଲ ହେରିଟେଜ୍ ଫେଲୋସିପ୍ ପ୍ରଦାନ କରାଯାଇଥିଲା ।
ଜାକିର ହୁସେନଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଗତ ସପ୍ତାହରେ ଆଇସିୟୁରେ ଭର୍ତି କରାଯାଇଥିଲା । ଗତ ସପ୍ତାହରେ ହୃଦ ଜନିତ ସମସ୍ୟା ପାଇଁ ତାଙ୍କୁ ସାନ ଫ୍ରାନସ୍କୋ ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଥିଲା ।
ଉ