ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ତିନି ଦିନ ଧରି ଭୁବନେଶ୍ବର ଜନତା ମଇଦାନରେ ଏହି ସମ୍ମିନଳୀ ଚାଲିବ ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି । ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ପହଞ୍ଚିବା ଆରମ୍ଭ କଲେଣି । ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ । ବନ୍ଦରରେ ବ୍ୟାପକ ପ୍ରସ୍ତୁତ କରାଯାଇଛି ।
ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି । ଦୁବାଇ, କତାର, ଓମାନ ଭଳି ଜାଗାରୁ ଆସିଥିବା ପ୍ରବାସୀମାନେ ହାତରେ ପଦ୍ମଫୁଲ ନେଇ ପହଞ୍ଚିଛନ୍ତି । ପ୍ରତିକ୍ରିୟା ଦେଇ କହିଛନ୍ତି ନିଜ ମାଟିରେ ପହଞ୍ଚି ଖୁସି ଲାଗୁଛି ।
ଏହା ସହ କଳାହାଣ୍ଡିର ଘୁମୁରା ଓ ଅନ୍ୟାନ୍ୟ ଲୋକ ବାଦ୍ୟର ତାଳେ ତାଳେ ଝୁମିଛନ୍ତି । ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଭୁବନେଶ୍ବରରେ ପହଂଚି ସାରିଥିବା ବେଳେ ଆସନ୍ତାକାଲି ରାତିରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୯ ତାରିଖରେ ସେ ସମ୍ମିଳନୀରେ ସାମିଲ ହେବେ । ସେହିପରି ୧୦ ତାରିଖରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି।
କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର । କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି ବୈଦେଶିକ ମନ୍ତ୍ରୀ । ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
କୋଣାର୍କର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୃତୟନ ହୋଇଛନ୍ତି । ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କୋଣାର୍କ ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ୍. ଜୟଶଙ୍କର । ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ପ୍ରବାସୀ ଭାରତୀୟ ଦିବସରେ ସେ ସାମିଲ ହେବେ ।