ଭାରତ ମଣ୍ଡପରେ ଭାରତୀୟ ପାଣିପାଗ ବିଭାଗ ର 150 ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତି ଦିନ ଭିତରେ ଆଇଏମଡ଼ି ଲକ୍ଷ ଲକ୍ଷ ଭାରତୀୟ ସେବା କରିଆସିଛି ଏହା ବିଜ୍ଞାନ ଅଗ୍ରଗତିର ଏକ ପ୍ରତୀକା ଆଇଏମଡ଼ିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । 2047ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡ଼ିର ଭବିଷ୍ୟତ ରୁପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ।
ନିଜର ଦେଢ ଶହ ବର୍ଷର ଯାତ୍ରା ଲାଗି ଆଇଏମଡି ପକ୍ଷରୁ ଯୁବକମାନଙ୍କ ଲାଗି ଜାତୀୟ ପାଣିପାଗ ଅଲିମ୍ପିୟାଡର ଆୟୋଜନ କରାଯାଇଛି। ହଜାର ହଜାର ଛାତ୍ର ଏଥିରେ ଭାଗ ନେଇ ପାଣିପାଗ ବିଜ୍ଞାନ କ୍ଷେତ୍ରରେ ଅଧିକ ମନୋନିବେଶ କରିପାରିବେ ବୋଲି ମୋଦୀ କହିଛନ୍ତି। ଉତ୍ସବ ସ୍ଥଳୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ। କାର୍ଯ୍ୟକ୍ରମରେ ଭାଗ ନେଇଥିବା ଯୁବକମାନଙ୍କୁ ସେ ସାଧୁବାଦ ଜଣାଇଥିଲେ।
ମକର ସଂକ୍ରାନ୍ତି ପାଖାପାଖି ୧୫ ଜାନୁଆରି ୧୮୫୭ ମସିହାରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପିତ ହୋଇଥିଲା। ତେବେ ଆମେ ସମସ୍ତେ ମକର ସଂକ୍ରାନ୍ତିର ଗୁରୁତ୍ୱ ସମ୍ପର୍କରେ ଊଣା ଅଧିକେ ଅବଗତ ଅଛୁ ବୋଲି ମୋଦୀ କହିଥିଲେ। ଗୁଜରାଟରୁ ଆସିଥିବା କାରଣରୁ ଏହି ମକର ସଂକ୍ରାନ୍ତି ତାଙ୍କର ପ୍ରିୟ ପର୍ବ ବୋଲି ମୋଦୀ କହିଥିଲେ। ଏହି ସଂକ୍ରାନ୍ତିରେ କାପ୍ରିକନ ସୂର୍ଯ୍ୟ ମକର ରାଶିକୁ ପ୍ରବେଶ କରି ତାଙ୍କର ଉତରାୟନ ହୋଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଉତ୍ତର ଗୋଲାର୍ଦ୍ଧରେ ସୂର୍ଯ୍ୟଙ୍କ ତେଜ ବୃଦ୍ଧି କାରଣରୁ କୃଷି କାର୍ଯ୍ୟ ପାଇଁ ସଜବାଜ ଆରମ୍ଭ ହୁଏ। ସାରା ଦେଶରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ମକର ସଂକ୍ରାନ୍ତି ପାଳନ କରାଯାଇଥାଏ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶର ନାଗରିକମାନଙ୍କୁ ନିଜର ଶୁଭେଚ୍ଛା ଜ୍ଞାପନ କରିଛନ୍ତି।
ଦେଶର ବିଜ୍ଞାନ ଭିତିକ ପ୍ରତିଷ୍ଠାନଗୁଡିକର ଅଗ୍ରଗତି ଏହାର ବିଜ୍ଞାନ ପ୍ରତି ରହିଥିବା ସଚେତନତାକୁ ସୂଚାଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ନବ ଭାରତ ପାଇଁ ବିଜ୍ଞାନ ପ୍ରତିଷ୍ଠାନଗୁଡିକରେ ହେଉଥିବା ଗବେଷଣା ଓ ଆବିଷ୍କାର ଖୁବ ଯୁଗପୋଯୋଗୀ ବୋଲି ମୋଦୀ କହିଛନ୍ତି। ଗତ କିଛି ଦଶନ୍ଧି ଭିତରେ ଆଇଏମଡିର ଭିତିଭୂମି ଓ ପ୍ରଯୁକ୍ତି ବିଦ୍ୟାରେ ଆଖିଦୃଶିଆ ଅଗ୍ରଗତି ହୋଇଛି। ପରିମାର୍ଜିତ ଡପ୍ଲଲର ପାଣିପାଗ ରାଡାର, ସ୍ୱୟଂ ଚାଳିତ ପାଣିପାଗ ଷ୍ଟେସନ, ରନବେ ପାଣିପାଗ ନୀରିକ୍ଷଣ ଷ୍ଟେସନ, ଜିଲ୍ଲା ଭିତିକ ବୃଷ୍ଟିପାତ ନୀରିକ୍ଷଣ ଷ୍ଟେସନର ଅଭିବୃଦ୍ଧି ସମ୍ପୃକ୍ତ ବିଭାଗକୁ ସମୃଦ୍ଧ କରିଛି ବୋଲି ମୋଦୀ କହିଛନ୍ତି। ମହାକାଶ ଓ ପ୍ରଯୁକ୍ତି ବିଦ୍ୟା ଦ୍ୱାରା ପାଣିପାଗ ବିଭାଗକୁ ବିଶେଷ ସଫଳତା ମିଳିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଆଂଟର୍କାଟିକାରେ ମୈତ୍ରୀ ଓ ଭାରତୀ ନାଁରେ ଦୁଇଟି ପାଣିପାଗ ନୀରିକ୍ଷଣ କେନ୍ଦ୍ର ରହିଛି। ଗତବର୍ଷ ଆର୍କ ଓ ଅରୁଣିକାର ପ୍ରବେଶ ଘଟିଛି। ଭାରତର ମିସନ ମୌସମ ଆରମ୍ଭ ହେବା ପରେ ଆମେ ଏକ କ୍ଲାଇମେଟ ସ୍ମାର୍ଟ ନେସନ ଭାବରେ ବିବେଚିତ ହୋଇଛୁ ବୋଲି ମୋଦୀ କହିଛନ୍ତି।
୧୯୯୮ର କୁଚ କାଣ୍ଡଲା ଝଡ, ୧୯୯୯ର ଓଡିଶା ମହାବାତ୍ୟାରେ ହଜାର ହଜାର ଲୋକ ମୃତ୍ୟୁମୁଖରେ ପଡିବା କଥାକୁ ମନେ ପାଇଥିଲେ ପ୍ରଧାନମନ୍ତ୍ରୀ। ଏହି କିଛି ବର୍ଷ ଭିତରେ ଘଟିଥିବା ଅନେକ ଛୋଟ ବଡ ଝଡରେ ଯେତେଦୂର ସମ୍ଭବ ପ୍ରାଣହାନି ରୋକିବା ଦିଗରେ ସଫଳତା ମିଳିଥିବା କଥା ପ୍ରଧାନମନ୍ତ୍ରୀ କହିଛନ୍ତି। ଏସବୁ ପଛରେ ଭାରତୀୟ ପାଣିପାଗ ବିଭାଗର ପ୍ରଚ୍ଛନ୍ନ ହାତ ରହିଛି ବୋଲି ମୋଦୀ କହିଛନ୍ତି। ବିଜ୍ଞାନ ଓ ସତର୍କତାମୂଳକ ପଦକ୍ଷେପ ଯୋଗୁଁ କୋଟି କୋଟି ଟଙ୍କାର ସମ୍ପତି କ୍ଷତିରୁ ବି ରକ୍ଷା କରି ହେଇଛି ବୋଲି ସେ ଉଲ୍ଲେଖ କରିଥିଲେ।