କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ଥିବା ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିଆଲଦା କୋର୍ଟ ସଞ୍ଜୟ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।
କୋର୍ଟ ଏନେଇ ୨୦ ଜାନୁଆରି ୨୦୨୫ ସୋମବାର ଦିନ ଦଣ୍ଡ ବିଧାନ କରିବେ। ୯ ଅଗଷ୍ଟ ୨୦୨୪ରେ ସକାଳେ ଉତ୍ତର କୋଲକାତାର ସରକାରୀ ମେଡିକାଲ କଲେଜ ଆର.ଜି କରରେ ଜଣେ ପ୍ରଶିକ୍ଷକ ମହିଳା ଡାକ୍ତରଙ୍କ ମୃତଦେହ ମିଳିଥିଲା।
ଅଭିଯୁକ୍ତଙ୍କ ବିରୋଧରେ ବିଏନ୍ଏସ୍ ଧାରା ୬୪,୬୬, ୧୦୩/୧ ଲାଗୁ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ରହିଛି ଯେ, ସେ ଆରଜି କର ମେଡିକାଲ କଲେଜର ବାହାନା କରି ହସ୍ପିଟାଲର ସେମିନାର ରୁମକୁ ଯାଇ ସେଠାରେ ବିଶ୍ରାମ ନେଉଥିବା ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ଆକ୍ରମଣ କରିଥିଲେ ଏବଂ ପରେ ତାଙ୍କୁ ହତ୍ୟା କରିଥିଲେ।
ଡାକ୍ତରଙ୍କ ହତ୍ୟା ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ବିରୋଧରେ ମାମଲାର ଶୁଣାଣି ଜାନୁଆରି ୯ ରେ ଶେଷ ହୋଇଥିଲା, ଯେଉଁଥିରେ ୫୦ ସାକ୍ଷୀଙ୍କୁ ପଚରାଉଚରା କରାଯାଇଥିଲା।