କଟରାରୁ ଶ୍ରୀନଗର ଭିତରେ ବନ୍ଦେ ଭାରତ ଏକ୍ସପ୍ରେସର ପ୍ରଥମ ଟ୍ରାଏଲ ରନ । ଅଞ୍ଜି ଖାଡ଼ ବ୍ରିଜ ଯାହା ଭାରତର ପ୍ରଥମ କେବଲ ଷ୍ଟେ ବ୍ରିଜ ଏବଂ ଚେନାବ ବ୍ରିଜ ଯାହା ବିଶ୍ବର ଉଚ୍ଚତମ ରେଳଓ୍ବେ ବ୍ରିଜ ଦେଇ ଗତି କରିଛି ବନ୍ଦେ ଭାରତ ଏକ୍ସପ୍ରେସ ।
କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଇବା ପାଇଁ ଟ୍ରେନ୍ ଚଳାଚଳର ଶୁଭାରମ୍ଭ ଖୁବ୍ଶୀଘ୍ର ହେବାକୁ ଯାଉଛି । କଶ୍ମୀରର କଠିନ ପରିସ୍ଥିତି ଏବଂ ତୁଷାରପାତକୁ ବିଚାରକୁ ନେଇ ଏହି ଟ୍ରେନ୍କୁ ଅନେକ ସ୍ବତନ୍ତ୍ର ବୈଶିଷ୍ଟ୍ୟ ସହ ସଜାଯାଇଛି ।
ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍କୁ ଏପରି ଭାବରେ ଡିଜାଇନ କରାଯାଇଛି ଯେ ୧୦ ଡିଗ୍ରୀ ସେଲସିୟସରେ ମଧ୍ୟ ଏହାର ଚଳାଚଳରେ କୌଣସି ଅସୁବିଧା ହେବ ନାହିଁ । ଏଥିପାଇଁ ଡ୍ରାଇଭର କୋଚ୍ରେ ଡ୍ରାଇଭର ସିଟ୍ ପୂର୍ବାପେକ୍ଷା ଅଧିକ ଆରାମଦାୟକ ହୋଇଛି ।
ଏହା ବ୍ୟତୀତ ଇଞ୍ଜିନର ୱିଣ୍ଡଶିଲ୍ଡ ଉପରେ ମଧ୍ୟ ଅନେକ କାମ କରାଯାଇଛି । ଏହି ୱିଣ୍ଡିଶିଲ୍ଡ ତିନୋଟି ସ୍ତରରେ ନିର୍ମାଣ କରାଯାଇଥିବା ବେଳେ ଏହା ଭିତରେ ଏକ ସ୍ତର ଅଛି ଯାହା ସବୁବେଳେ ଗ୍ଲାସ୍କୁ ଗରମ ରଖିବ । ଉତ୍ତାପ ହେତୁ ଏହାକୁ ଡିଫ୍ରଷ୍ଟ କରିବା ସହଜ ହେବ।
ଇଞ୍ଜିନର ୱିଣ୍ଡସ୍କ୍ରିନରେ ସ୍ଥାପିତ ୱାପରର ୱାଶରରେ ଗରମ ପାଣି ଛିଞ୍ଚିବ, ଯେଉଁ କାରଣରୁ ଏଠାରେ କାକର ଜମା ହେବନାହିଁ । ଏପରିକି ଏହା ବାଷ୍ପ ସୃଷ୍ଟି କରିବ ନାହିଁ । ଫଳରେ ଟ୍ରେନ୍ ଚଲାଇବାରେ କୌଣସି ଅସୁବିଧା ହେବ ନାହିଁ।
ସମସ୍ତ କୋଚ୍ରେ ଉତ୍ତମ ଥର୍ମୋଷ୍ଟାଟ ବ୍ୟବହାର କରାଯାଇଥିବାରୁ ଏହା ମାଇନସ୍ ତାପମାତ୍ରାରେ ମଧ୍ୟ ଲୋକଙ୍କ ଯାତ୍ରା ଆରାମଦାୟକ ରହିବ । ଜଳ ଯୋଗାଣ ପାଇପରେ ମଧ୍ୟ ଡବଲ ଟ୍ରିପଲ ଇନ୍ସୁଲେସନ ଅଛି ।