ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ।। ପ୍ରଶ୍ନପତ୍ର ଲିକ୍ ରୋକିବା ନିମନ୍ତେ ବିଶେଷ ଧ୍ୟାନ ଦିଆଯାଇଛି। ଏଥର ପ୍ରଶ୍ନପତ୍ରରେ ସିରିଏଲ୍ ନମ୍ବର ଓ କ୍ୟୁଆର କୋଡ୍ ବ୍ୟବସ୍ଥା କରାଯାଇଛି।
ଆଜି ସାମାଜିକ ବିଜ୍ଞାନ ପରୀକ୍ଷା ଦେବେ ଦଶମ ଛାତ୍ରଛାତ୍ରୀ । ସୁରୁଖୁରୁରେ ପରୀକ୍ଷା ଚାଲିବ ନା ତ୍ରୁଟି ବାହାରିକ ତାକୁ ନେଇ ଚିନ୍ତା ବଢିଛି । ଯାଂଚ ନାଁ ଛାତ୍ରଙ୍କୁ ଅସଦାଚରଣର ଅଭିଯୋଗ ଆସିବା ପରେ କପି ରୋକିବା ସ୍କୁଲ କର୍ତୁପକ୍ଷଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ରହିବ ।
୨୧ ତାରିଖ ଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷାରେ କପି ରୋକିବାକୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରୀକ୍ଷା ସୁପରିଚାଳନା ଲାଗି ଏଥର ଚାରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି।
ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ଥର ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି । ଚଳିତ ବର୍ଷ ରାଜ୍ୟରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।