Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ଅସନ୍ତୋଷ

Ramesh Parida by Ramesh Parida
Mar 3, 2025, 10:45 pm GMT+0530
FacebookTwitterWhatsAppTelegram

ଜଣେ ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଟାଟୁ । ଏହାକୁ ଚାରିଆଡ଼େ ନିନ୍ଦା କରାଯାଉଛି । ଏହା କିଭଳି ସମ୍ଭବ ହେଲା  ।  ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ତେଜୁଛି ବିବାଦ। ଏହି ଘଟଣା ଏବେ କୋର୍ଟରେ ପହଁଚିଛି ।

ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ହେଲେ ଟାଟୁ ଷ୍ଟୁଡିଓ ମାଲିକ ଓ ଟାଟୁ ଆଙ୍କିଥିବା ବ୍ୟକ୍ତି। ହିନ୍ଦୁ ସେନା ସଂଗଠନ ଦ୍ୱାରା ଦାଖଲ ଅଭିଯୋଗ ଅନୁଯାୟୀ, ସହିଦ ନଗର ପୋଲିସ ଭାରତୀୟ ନ୍ୟାୟ ସଂହିତାର ଧାରା ୨୯୯ ଆଧାରରେ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜଗନ୍ନାଥଙ୍କୁ ଅପମାନ କରିଥିବା ଏହି ଦୁଇ ବ୍ୟକ୍ତିଙ୍କ ପାଇଁ ସମସ୍ତେ ଅସନ୍ତୋଷ ପ୍ରକାଶ କରୁଛନ୍ତି ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚିତ୍ର ଜଣେ ବିଦେଶୀ ମହିଳା ତାଙ୍କ ଜଙ୍ଘରେ କୁଟେଇ ଥିଲେ। ଭୁବନେଶ୍ଵର ସହିଦ ନଗରସ୍ଥିତ ଏକ ଟାଟୁ ଷ୍ଟୁଡିଓରେ ସେ ଏହି ଟାଟୁ କରିଥିଲେ। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରଲ ହେବା ପରେ ସୃଷ୍ଟି ହୋଇଥିଲା ବିବାଦ।

ଟାଟୁ ଆଙ୍କିଥିବା ଷ୍ଟୁଡିଓ ଆଗରେ ବିକ୍ଷୋଭ ପ୍ରଦର୍ଶନ କରି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ ଜଗନ୍ନାଥ ପ୍ରେମୀ। ଦୋଷୀମାନେ ଶ୍ରୀମନ୍ଦିର ସମ୍ମୁଖରେ ଆଣ୍ଠେଇକି କ୍ଷମା ପ୍ରାର୍ଥନା କରିବାକୁ ଜଗନ୍ନାଥ ପ୍ରେମୀ ଦାବି କରିଛନ୍ତି।

ସେହିପରି ବିଦେଶୀ ମହିଳା ମଧ୍ୟ ନିଜ ଭୁଲ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେ କହିଛନ୍ତି, “ମୁଁ ମହାପ୍ରଭୁ ଜଗନ୍ନାଥଙ୍କର ଭକ୍ତ। କେବେ ବି ପ୍ରଭୁଙ୍କୁ ଅସମ୍ମାନ କରିବାକୁ ଚାହୁଁ ନଥିଲି। ମୁଁ ଯେଉଁ ସ୍ଥାନରେ ମହାପ୍ରଭୁଙ୍କ ଟାଟୁ କରିଛି ତାହା ମୋର ବଡ଼ ଭୁଲ। ସେଥିପାଇଁ ସମସ୍ତେ ମୋତେ କ୍ଷମା କରନ୍ତୁ। ଖୁବଶୀଘ୍ର ଏହାକୁ ମୁଁ ହଟାଇ ଦେବି।”

ଅନ୍ୟପଟେ ଏଭଳି ଟାଟୁ ହିନ୍ଦୁ ଧାର୍ମିକ ଭାବନାକୁ ଆଘାତ ଦେବା ସହ ହିନ୍ଦୁତ୍ୱବାଦକୁ ଅପମାନିତ କରୁଥିବା ବିକ୍ଷୋଭକାରୀ ଅଭିଯୋଗ କରିଛନ୍ତି।

ସାରା ରାଜ୍ୟରେ ଏହି ଘଟଣାକୁ ନେଇ ବିବାଦ ବଢ଼ିବା ପରେ ଭିଡିଓ କରି କ୍ଷମା ମାଗିଛନ୍ତି ଟାଟୁ ଷ୍ଟୁଡିଓର ମାଲିକ ରକି ରଞ୍ଜନ ବିଶୋଇ। ସେ କହିଛନ୍ତି, “ଆମ ଷ୍ଟୁଡିଓରେ ଭୁଲ ହୋଇଯାଇଛି। ଟାଟୁ କରିଥିବା ବିଦେଶୀ ମହିଳା ଜଗନ୍ନାଥଙ୍କୁ ବହୁତ ଭଲ ପାଆନ୍ତି ବୋଲି କହିଥିଲେ। ସେ ଏକ ଏନଜିଓରେ କାମ କରୁଥିବାରୁ କପଡ଼ା ଢାଙ୍କି ହୋଇ ରହୁଥିବା ସ୍ଥାନରେ ଟାଟୁ କରିବାକୁ କହିଥିଲେ। ମୋ ଆଟିଷ୍ଟ ତାଙ୍କୁ ମନା କରିଥିଲେ ମଧ୍ୟ ସେ ଜିଦ୍ ଧରିଥିଲେ। ଏହା କରିବା ଆମର ବହୁତ ଭୁଲ ଥିଲା, ସେଥିପାଇଁ ମୁଁ ସମସ୍ତଙ୍କୁ କ୍ଷମା ପ୍ରାର୍ଥନା କରୁଛି।”

Tags: Italian Woman's ThighLord Jagannath's TattoonewsodishaTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.