ଆସନ୍ତାକଲି ଫାଲଗୁନ ଶୂକ୍ଳ ପକ୍ଷ ତିଥିରେ ଶ୍ରିବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ 5 .00 ଟିକା ଠାରୁ ରାତ୍ର ଘ 10.00 ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବୁଧବାର ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ।