Tuesday, May 13, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ମରିସସ୍ ଭାରତର ସାଗର ଭିଜନର କେନ୍ଦ୍ରରେ ରହିଛି: ପ୍ରଧାନମନ୍ତ୍ରୀ

Ramesh Parida by Ramesh Parida
Mar 12, 2025, 04:39 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ ରାମଗୁଲାମ ଘୋଷଣା କରିଥିଲେ ଯେ ମରିସସ୍ ଜାତୀୟ ଦିବସ ପାଳନ ଅବସରରେ ଭାରତର ପ୍ରଧାନମନ୍ତ୍ରୀଙ୍କୁ ଏହାର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ଷ୍ଟାର୍ ଆଣ୍ଡ୍ କି ଅଫ୍ ଦି ଇଣ୍ଡିଆନ୍ ଓସେନ୍ (ଜିସିଏସକେ)’ ପ୍ରଦାନ କରିବ। ଏହି ଅସାଧାରଣ ସମ୍ମାନ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।

ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ମରିସସ୍ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ବନ୍ଧୁତା ଏବଂ ଦୁଇ ଦେଶ ମଧ୍ୟରେ ଜୀବନ୍ତ ତଥା ସ୍ୱତନ୍ତ୍ର ସମ୍ପର୍କକୁ ସୁଦୃଢ଼ କରିବାରେ ତାଙ୍କର ଅବଦାନ ପାଇଁ ଧନ୍ୟବାଦ ଜଣାଇଥିଲେ । ଏକ ସ୍ୱତନ୍ତ୍ର ପଦକ୍ଷେପ ସ୍ୱରୂପ ସେ ପ୍ରଧାନମନ୍ତ୍ରୀ ରାମଗୁଲାମ ଏବଂ ତାଙ୍କ ପତ୍ନୀ ଶ୍ରୀମତୀ ବୀଣା ରାମଗୁଲାମଙ୍କୁ ଓସିଆଇ କାର୍ଡ ପ୍ରଦାନ କରିଥିଲେ। ଜାତୀୟ ଦିବସ ଅବସରରେ ମରିସସର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ଦୁଇ ଦେଶର ମିଳିତ ଐତିହାସିକ ଯାତ୍ରାକୁ ମନେ ପକାଇଥିଲେ । ମରିସସର ସ୍ୱାଧୀନତା ପାଇଁ ସଂଗ୍ରାମ କରିଥିବା ସାର୍ ସିଉସାଗୁର ରାମଗୁଲାମ, ସାର୍ ଅନିରୁଦ ଯୁଗନାଥ, ମଣିଲାଲ ଡକ୍ଟର ଏବଂ ଅନ୍ୟମାନଙ୍କୁ ସେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ ବୋଲି କହିଥିଲେ। ଦୁଇ ଦେଶର ଜନସାଧାରଣଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କର ଭିତ୍ତିଭୂମି ସୃଷ୍ଟି କରୁଥିବା ମିଳିତ ଐତିହ୍ୟ ଏବଂ ପାରିବାରିକ ସମ୍ପର୍କ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ମରିସସରେ ଥିବା ଭାରତୀୟ ବଂଶୋଦ୍ଭବ ସମ୍ପ୍ରଦାୟ କିପରି ସେମାନଙ୍କର ସାଂସ୍କୃତିକ ମୂଳକୁ ସୁରକ୍ଷିତ ରଖିଛନ୍ତି ଏବଂ ପୋଷଣ କରିଛନ୍ତି ତାହାକୁ ପ୍ରଶଂସା କରିଥିଲେ । ଏହି ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ମରିସସ୍ ପାଇଁ ଏକ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି, ଯେଉଁଥିରେ ମରିସସରେ ଥିବା ଭାରତୀୟ ବଂଶୋଦ୍ଭବ ସପ୍ତମ ପିଢ଼ିର ଲୋକଙ୍କୁ ଓସିଆଇ କାର୍ଡ ଉପଲବ୍ଧ କରାଯାଇପାରିବ। ଗିରମିଟିଆ ପରମ୍ପରାକୁ ଆଗେଇ ନେବା ପାଇଁ ଭାରତ ଅନେକ ପଦକ୍ଷେପକୁ ସମର୍ଥନ କରିବ ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ମରିସସର ଘନିଷ୍ଠ ବିକାଶ ସହଯୋଗୀ ଭାବେ ଭାରତ ଗୌରବ ଅର୍ଜନ କରିଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସେ ଆହୁରି ବିସ୍ତୃତ ଭାବରେ କହିଥିଲେ ଯେ ଭାରତ-ମରିସସ୍ ସ୍ୱତନ୍ତ୍ର ସମ୍ପର୍କ ଭାରତର ସାଗର ଭିଜନ ଏବଂ ଗ୍ଲୋବାଲ ସାଉଥ୍ ସହିତ ଏହାର ସମ୍ପର୍କରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଜଳବାୟୁ ପରିବର୍ତ୍ତନର ମିଳିତ ଆହ୍ୱାନର ମୁକାବିଲା ବିଷୟରେ ସେ ଆନ୍ତର୍ଜାତିକ ସୋଲାର ଆଲାଏନ୍ସ ଏବଂ ବିଶ୍ୱ ଜୈବ ଇନ୍ଧନ ମେଣ୍ଟ ପଦକ୍ଷେପରେ ମରିସସର ଭାଗିଦାରୀକୁ ପ୍ରଶଂସା କରିଥିଲେ । ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଏକ ପେଡ଼ ମା କେ ନାମ (ପ୍ଲାଣ୍ଟ4ମଦର) ପଦକ୍ଷେପ ଉପରେ ମଧ୍ୟ ଆଲୋକପାତ କରିଥିଲେ, ଯାହା ଅଧୀନରେ ସେ ଐତିହାସିକ ସାର୍ ସିଉସାଗୁର ରାମଗୁଲାମ୍ ଉଦ୍ଭିଦ ଉଦ୍ୟାନରେ ଏକ ଚାରା ରୋପଣ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ସମ୍ପୂର୍ଣ୍ଣ ଅଭିଭାଷଣ ଏଠାରେ ଦେଖାଯାଇ ପାରିବ।

ଇନ୍ଦିରା ଗାନ୍ଧୀ ସେଣ୍ଟର ଫର୍ ଇଣ୍ଡିଆନ କଲ୍‌ଚର (ଆଇଜିସିଆଇସି), ମହାତ୍ମା ଗାନ୍ଧୀ ଇନଷ୍ଟିଚ୍ୟୁଟ୍ (ଏମଜିଆଇ) ଓ ଆନ୍ନା ମେଡିକାଲ କଲେଜର କଳାକାରମାନେ ଏହି କାର୍ଯ୍ୟକ୍ରମରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Tags: INDIAodishaTOP NEWS
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.