୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା । ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ।
https://x.com/MohanMOdisha/status/1906909865991442713