ଆସନ୍ତାକାଲି ଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ସେ କହିଛନ୍ତି। ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁ ଅନେକ ଶିକ୍ଷୟିତ୍ରୀଶିକ୍ଷକ ଖାତା ଦେଖିବାକୁ ଆସିବା ବେଳେ ସମସ୍ୟାରେ ପଡିପାରନ୍ତି। ଯାହାକୁ ଦୃଷ୍ଟିରେ ରଖି ମୂଲ୍ୟାଙ୍କନ କେନ୍ଦ୍ର ବଢାଯାଇଛି । ଖାତା ଦେଖା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ହୋଇଛନ୍ତି। ଏକଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି।