ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ ବଙ୍ଗୋପସାରର ମଧ୍ୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ୮ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରୁ ଗତି ପରିବର୍ତ୍ତନ ସମ୍ଭାବନା ରହିଛି । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତରକୁ ଗତି କରିବ। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସେହିଭଳି ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ।