ଆଜି ଭୁବେନଶ୍ବର ଏମ୍ସ ଗସ୍ତ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଏହି ଗସ୍ତ ଜାତୀୟ ପ୍ରତିଷ୍ଠାନର ଅଭିବୃଦ୍ଧି ଏବଂ ଉତ୍କର୍ଷତାର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ହେବାକୁ ଯାଉଛି। କାରଣ ଆଜି ଉଦଘାଟିତ ହେବ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳା। ଏହି ବ୍ୟବସ୍ଥା, ଏମ୍ସ ଭୁବନେଶ୍ୱରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର ଆଶା ରହିଛି।
ଏହି ଅତ୍ୟାଧୁନିକ ପ୍ରୟୋଗଶାଳା ଡାକ୍ତର, ଗବେଷକ, ଏବଂ ଛାତ୍ରଛାତ୍ରୀଙ୍କୁ ଅଭିନବ ସ୍ୱାସ୍ଥ୍ୟସେବା ସମାଧାନ ବିକାଶ ଏବଂ ସୁଦୂରପ୍ରସାରୀ ଚିକିତ୍ସା ଗବେଷଣା କ୍ଷେତ୍ରକୁ ସଶକ୍ତ କରିବ ବୋଲି ବିଶ୍ବାସ ଥିବା ମତବ୍ୟକ୍ତ କରିଛନ୍ତି ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ। ଗସ୍ତ ଅବସରରେ ଶ୍ରୀ ନଡ୍ଡା ଏମ୍ସର ସାମଗ୍ରୀକ ବିକାଶ ନେଇ ଏକ ବିଶେଷ ସମୀକ୍ଷା ବୈଠକ କରିବେ। ଏଥିସହିତ ଗ୍ୟାଷ୍ଟ୍ରୋନୋମି ବ୍ଲକ୍ର ଶିଳାନ୍ୟାସ କରିବେ ନଡ୍ଡା ।