ରାଜ୍ୟରେ ଟ୍ରାଫିକ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ ବ୍ୟବସ୍ଥାରେ ୭୦ ଟି ନୂତନ ପଦବୀ ହୋଇଥିବା ବେଳେ ଜିଲାସ୍ତରୀୟ ସେଟ-ଅପରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସ୍ତରୀୟ ସେଟ-ଅପରେ ନିମ୍ନଲିଖିତ ଭାବେ ପଦବୀ ସୃଷ୍ଟି କରାଯାଇଛି। ADGP/IGP ଗୋଟିଏ ପଦବୀ, DIG (ପୋଲିସ) ଗୋଟିଏ ପଦବୀ, SP ୨ ଟି ପଦବୀ, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଲ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବୀ ସୃଷ୍ଟି ହୋଇଛି। ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି