ରାଜ୍ୟରେ କାଳବୈଶାଖୀ ବର୍ଷା ଆହୁରି ୪ ଦିନ ଲାଗି ରହିବ । ୨୪ ତାରିଖ ପରେ ପାଗରେ ଆସିବ ପରିବର୍ତ୍ତନ । ପାଣିପାଗ ନେଇ ଏମିତି ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ତ୍ତମାନ ଓଡ଼ିଶା ଉପରେ ୨ଟି ଟ୍ରପ ଲାଇନ୍ ବା ନିମ୍ନ ଚାପ ରେଖା ସକ୍ରିୟ ରହିଛି । ଯାହା ପ୍ରଭାବରେ ବର୍ଷା ହେଉଛି ।
ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।