ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’ । ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍କୁ ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ । ଏନେଇ ଖର୍ଚ୍ଚ ହେବ ପ୍ରାୟ ୯୦ କୋଟି । ପିଲାଙ୍କ ‘ଯାଦୁପେଡି’ ଦେଖିଲେ ମୁଖ୍ୟମନ୍ତ୍ରୀ । ପିଲାମାନଙ୍କୁ ପାଠପ୍ରତି ଆକୃଷ୍ଟ କରିବା ପାଇଁ ଏହା ଖୁବ ଉପଯୋଗୀ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଥିବା ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ । NCERT ଦ୍ୱାରା ପ୍ରସ୍ତୁତ କରାଯାଇଛି । ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ପାଇଁ ଏହି କିଟ୍ ପ୍ରଦାନ କରାଯିବ । ପ୍ରତ୍ୟେକ କିଟ୍ ପାଇଁ ପ୍ରାୟ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି । ରାଜ୍ୟର ୪୫ ହଜାର ସ୍କୁଲରେ ଏହାକୁ ଆବଣ୍ଟିତ କରାଯିବ ଏବଂ ସମୁଦାୟ ୯୦ କୋଟି ଟଙ୍କା ଖର୍ଚ୍ଚ ହେବ ।