ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ । ଏସସିବି ମେଡିକାଲ , ଓଡ଼ିଶା ଉଚ୍ଚ ନ୍ୟାୟଳୟ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବେ ବୋଲି ସୂଚନା ମିଳିଛି । ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକରେ ପୁଲିସ ମଧ୍ୟ ସ୍ଵତନ୍ତ୍ର ବ୍ୟବସ୍ଥା ଉପରେ ନଜର ରଖିଛି।
ଆସନ୍ତା ଜୁଲାଇ ୨୭ ତାରିଖରେ ଭଦ୍ରକ ମହାବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଳନ କରାଯିବ। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ ମହାମହିମ ରାଷ୍ଟ୍ରପତି । ଏଥିପାଇଁ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଦୁଇ ଦିନ ଧରି କଲେଜ ପରିସରରେ ଉତ୍ସବ ପାଳନ କରାଯିବ। ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ଏ ସଂପର୍କରେ ଜିଲ୍ଲାପାଳଙ୍କ ନିକଟକୁ ଚିଠି ଆସି ସାରିଛି। ଭଦ୍ରକ କଲେଜର ପ୍ଲାଟିମ୍ ଜୁବୁଲି ଉତ୍ସବ ଦୁଇ ଦିନ ଧରି ଚାଲିବ। ପ୍ରଥମ ଦିନର ଉଦଘାଟନୀ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଯୋଗଦେବା ସହ ଓଡ଼ିଶାର ରାଜ୍ୟପାଳ ଗଣେଶୀ ଲାଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଜୁଲାଇ ୨୮ ତାରିଖ ଅର୍ଥାତ ଉଦଯାପନୀ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ଓ ଓଡ଼ିଶାର ଶିକ୍ଷାମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯିବା ନେଇ ଆଲୋଚନା ହୋଇଛି ।