ଇତିହାସ ଚରିଛି ଭାରତ। ଆଜି ଅପରାହ୍ନ ୨ଟା ୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା କରିଛି ଚନ୍ଦ୍ରଯାନ-୩। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଦ୍ୱିତୀୟ ଲଞ୍ଚପ୍ୟାଡରୁ ଉତକ୍ଷେପଣ ହୋଇଛି ଚନ୍ଦ୍ରଯାନ-୩ । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯାଇଛି । କୋଟି କୋଟି ଭାରତୀୟଙ୍କ ନଜର ଏହା ଉପରେ ରହିଛି। ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେସନ୍ (ଇସ୍ରୋ) ଏହି ଉତ୍କ୍ଷେପଣ ଶ୍ରୀହାରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ କରିଛି।