ରାଜ୍ୟର ଭିନ୍ନ ବିସ୍ଥାନରେ ଜାରି ରହିଛି ପ୍ରବଳ ବର୍ଷା । ଏହା ସହ ବର୍ଷାରେ ବେହାଲ ଟୁଇନସିଟି। ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା ପାୀଇଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି । ରାଜରାସ୍ତାରେ ପାଣିର ସୁଅ; ତଳିଆ ଅଞ୍ଚଳରୁ ନିରାପଦ ସ୍ଥାନକୁ ଯିବାକୁ ପ୍ରଶାସନର ପରାମର୍ଶ। ପ୍ରବଳ ବର୍ଷା ନେଇ ଟ୍ୱିନସିଟିକୁ ସତର୍କ କଲା ପାଣିପାଗ ବିଭାଗ।
ତେବେ ଆହୁରି ୩ରୁ ୪ ଦିନ ବର୍ଷା ଜାରି ରକହିବ । କାଲିସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ବଢ଼ିବ ବର୍ଷାର ପରିମାଣ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନେର ଶୁକ୍ରବାର ଦିନ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୋଲଶ୍ୱର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା । ଏଥିସହ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ୧୬ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।