ନ୍ୟୁଜ୍ 365(ବ୍ୟୁରୋ): ଗତକାଲି ଠାରୁ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ଫଳରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମତ୍ସ୍ୟଜୀବୀଙ୍କୁ ପାଣି ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଏପରିକି ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ, ଚାଷ ଜମିରେ ପାଣି ଜମିବା ସହ ସମ୍ବେଦନଶୀଳ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ଥିବାରୁ ଜନସାଧାରଣ ତୁରନ୍ତୁ ସେ ଅଞ୍ଚଳରୁ ଦୂରକୁ ଚାଲିଯିବାକୁ ପରାମର୍ଶ ଦିଆଯାଇଛି ।