ନ୍ୟୁଜ୍ 365(ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେବା ଫଳରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳ ଏବେ ଜଳମଗ୍ନ । ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ତେବେ ବର୍ଷା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରି ବର୍ଷାରେ ପ୍ରଭାବିତ ଲୋକ ଯେପରି ସବୁ ପ୍ରକାର ସହାୟତା ପାଇବେ ତାହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏହାଛଡା ପ୍ରବଳ ବର୍ଷା କାରଣରୁ ରାସ୍ତଘାଟ ସଫା କରିବାକୁ ଟିମ୍ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଟ୍ରାଫିକ ସମସ୍ୟା ସୁଧାରିବାକୁ ମଧ୍ୟ କହିଛନ୍ତି ଏସଆରସି ।
ଗତ ୨ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । କିଛି ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ ଅନେକ ଅଞ୍ଚଳ ଏବେ ଜଳମଗ୍ନ ମଧ୍ୟ ହୋଇଥିବା ସୂଚନା ମିଳିଛି । ବର୍ଷା ପ୍ରଭାବିତଙ୍କୁ ସମସ୍ତ ପ୍ରକାର ସହଯୋଗ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।