ନ୍ୟୁଜ୍ 365(ବ୍ୟୁରୋ): ଉପର ମୁଣ୍ଡରେ ଲଗାଣ ବର୍ଷା ହେବା ଫଳରେ ମହାନଦୀରେ ବନ୍ୟା ଆସିଛି। ଏହା ବନ୍ୟା ଜଳ ଆସି କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପ୍ରବେଶ କରିଛି । ମନ୍ଦିର ବେଢ଼ା ଓ ଗର୍ଭଗୃହରେ ପ୍ରବେଶ କରିଛି ମହାନଦୀର ବନ୍ୟାଜଳ । ଏଥିପାଇଁ ମା’ଙ୍କ ବିଗ୍ରହକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ରତ୍ନଗିରି ପାହାଡ଼ରେ ଥିବା ବନ୍ୟା ଆଶ୍ରୟସ୍ଥଳକୁ ମା’ଙ୍କ ବିଗ୍ରହ ସ୍ଥାନାନ୍ତରିତ କରାଯାଇଛି । ଆଜି ମା’ଙ୍କୁ ବନ୍ୟା ଆଶ୍ରୟ ସ୍ଥଳୀରେ ପୂଜାର୍ଚ୍ଚନା କରାଯିବ । ମନ୍ଦିରକୁ ସାଧାରଣ ଭକ୍ତଙ୍କୁ ବାରଣ କରାଯାଇଛି ।
ଭଟ୍ଟାରିକା ପୀଠକୁ କେହି ନଯିବାକୁ ୧୪୪ ଧାରା ଜାରି କରାଯାଇଛି । ମନ୍ଦିରରେ ମା’ଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।