ନ୍ୟୁଜ୍ 365(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (OPSC) ତରଫରୁ ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ଚୟନ ଅନିୟମିତତା ମାମଲାରେ ସାନି ଚୟନ ପ୍ରକ୍ରିୟାରେ ରୋକ୍ ଲଗାଇଲେ ହାଇକୋର୍ଟ। ଜଣିକିଆ ଖଣ୍ଡପୀଠଙ୍କ ରାୟ ଉପରେ ରହିତାଦେଶ। ଜବାବ ଦାଖଲ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ରହିଛି । ସେପ୍ଟେମ୍ବର ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଗତବର୍ଷ ଅଗଷ୍ଟ ୨୭ରେ ୭୯୬ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର-ASO ପଦବୀ ପାଇଁ ପ୍ରାୟ ଦେଢ଼ ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ଗତ ନଭେମ୍ବର ୭ରେ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ତେବେ ନିୟମ ଅନୁସାରେ ମେଧା ତାଲିକା ପ୍ରସ୍ତୁତ ହୋଇନାହିଁ ବୋଲି ଅଭିଯୋଗ ହୋଇଥିଲା ।. ପୂର୍ବରୁ ASO ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ ହୋଇଥିଲା । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । OPSC ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ଉଚ୍ଚ ନ୍ୟାୟାଳୟ ଖାରଜ କରିଥିଲେ । ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ । ଏହାକୁ ଚ୍ୟାଲେଞ୍ଜ କରି ଦୁଇଟି ମାମଲା ମଧ୍ୟ ରୁଜୁ କରାଯାଇଥିଲା । ନିଷ୍ପତ୍ତିର ପୁନର୍ବିଚାର ଓ ପକ୍ଷ ନ ଥିବାରୁ ରିଟ୍ ପିଟିସନ୍ ହୋଇଥିଲା ।