ନ୍ୟୁଜ 365 (ବ୍ୟୁରୋ): ଅନାସ୍ଥା ପ୍ରସ୍ତାବକୁ ନେଇ ସଂସଦରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅନାସ୍ଥା ପ୍ରସ୍ତାବକୁ ନେଇ ସଂସଦରେ ବିତର୍କ ଜାରି ରହିଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନିଜ ବିବୃତି ରଖିବେ ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ସୂଚନା ଦେଇଛନ୍ତି । ତେବେ ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ କଣ କହିବେ ତା’ଉପରେ ସମସ୍ତଙ୍କ ନଜର ରହିଛି । ମଣିପୁରରେ ଦୁଇ ମହିଳାଙ୍କୁ ନିର୍ଯାତନା ଘଟଣାରେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ସଂସଦରେ ଉତ୍ତର ରଖନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏହା ପୂର୍ବରୁ ସଂସଦ ବାହାରେ ଘଟଣାକୁ ନିନ୍ଦା କରିବା ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏ ପ୍ରସଙ୍ଗର କଣ କହିବେ ତା ଉପରେ ସଭିଙ୍କ ନଜର ରହିଛି ।