ନ୍ୟୁଜ୍ 365(ବ୍ୟୁରୋ): ଏଣିକି ରାଜ୍ୟର ଘରୋଇ ତଥା ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ସ୍କୁଲର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ବହି। ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯିବ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।
ସୂଚନାଯୋଗ୍ୟ ଯେ, ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି। ଏହା ସହ ବିଭିନ୍ନ ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଆସୁଛନ୍ତି।