Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଇତିହାସ ଏବଂ ସଂସ୍କୃତି

ଭାରତ ମାଆ ଓଠରେ ହସ ଫୁଠାଇବାକୁ ରକ୍ତ ନିଗାଡ଼ି ଦେଇଥିଲେ ଓଡ଼ିଆ ପୁଅ ସୁଭାଷ ଚନ୍ଦ୍ର ବୋଷ

param by param
Aug 11, 2023, 06:04 pm GMT+0530
FacebookTwitterWhatsAppTelegram

ନ୍ୟୁଜ୍ 365(ବ୍ୟୁରୋ):ଅତ୍ୟାଚାର ସୀମା ଲଙ୍ଘୁଥିଲା, ଅସହ୍ୟ ହେଉଥିଲା ନିର୍ଯାତନା। ଭାରତ ମାଆ ଓଠରେ ହସ ଫୁଠାଇବା ପାଇଁ ସେ ନିଗାଡ଼ି ଦେଇଥିଲେ ରକ୍ତ। ଶେଷରେ ଫର ଫର ହୋଇ ଉଡିଥିଲା ତ୍ରିରଙ୍ଗା। ସ୍ଵାଧୀନତାର ରଙ୍ଗ ଲାଗିଥିଲା ସଭିଙ୍କ ଦେହରେ। ଦିଲ୍ଲୀ ଚଲୋ,ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ଵାଧୀନତା ଦେବି,ପରାଧିନତାର ଶୃଙ୍ଖଳକୁ ଭାଙ୍ଗି ସ୍ଵାଧୀନତାର ସୂର୍ଯ୍ୟୋଦୟ ଦେଖାଇବି, ତାଙ୍କର ଆହ୍ଵାନରେ ପିରିଙ୍ଗି ବିରୋଧରେ ଏକଜୁଟ ହୋଇଥିଲେ ବହୁ ଭାରତୀୟ । ଆଜାଦ ହିନ୍ଦ ଫୌଜ ଦେଶକୁ ଦେଖାଇଥିଲା ବାଟ। ଇଟାର ଜବାବ ଇଟାରେ ନୁହେଁ ପଥରରେ ଦେବାକୁ କହୁଥିଲେ ସେ । ତାଙ୍କ ନାଁ ଶୁଣିଲେ ଛନକା ପସୁଥିଲା ଇଂରେଜଙ୍କ ଛାତିରେ । ଅନେକ ଥର ବେଶ ବଦଳାଇ ପିରିଙ୍ଗି ସେନାକୁ ଚକମା ଦେଇଛନ୍ତି ସେ । ସେ ଥିଲେ ଦେଶଭକ୍ତ, ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଶା ମାର ବୀରପୁତ୍ର ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ । ସାରା ବିଶ୍ବରେ ନେତାଜୀ ନାଁରେ ସେ ଜଣାଶୁଣା।

୧୮୯୭ ମସିହା ଜାନୁଆରୀ ୨୩ ତାରିଖରେ ଓଡ଼ିଶାର କଟକରେ ଜନ୍ମଗ୍ରହଣ କରିଥିଲେ ସୁଭାଷ । ଜାନକୀନାଥ ବୋଷଙ୍କର ପୁତ୍ର ଭାବରେ ସୁଭାଷ ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ୧୯୦୮ମସିହା ଅଗଷ୍ଟ ମାସ ୧୧ ତାରିଖ ଦିନ ଖୁଦୀରାମଙ୍କୁ ଇଂରେଜ ସରକାରଙ୍କ ଦ୍ୱାରା ଫାସି ଦିଆଯାଇଥିଲା । ସୁଭାଷଙ୍କ ଉପରେ ଏହାର ପ୍ରଭାବ ପଡ଼ିଲା । ୧୯୧୧ ମସିହା ଅଗଷ୍ଟରେ ରେଭେନ୍ସା କଲେଜିଏଟ ସ୍କୁଲ ଛାତ୍ରାବାସରେ ଚୁଲି ଜଳି ନଥିଲା । ସମସ୍ତେ ଉପବାସ ରହି ଖୁଦିରାମଙ୍କର ସ୍ମୃତିସଭା ପାଳନ କରିଥିଲେ। ୧୯୨୧ରେ ଆଇସିଏସର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଘଟିଥିଲା । ସେ ଅଧାରୁ ତାଲିମ ଛାଡ଼ି ଭାରତ ଫେରି ଆସିଥିଲେ । ଦେଶବନ୍ଧୁ ଚିତ୍ତରଞ୍ଜନ ଦାସଙ୍କ ସମ୍ପର୍କରେ ଆସିବା ପରେ ସେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇ ୧୯୨୩ରେ ବଙ୍ଗଳା ପ୍ରାଦେଶିକ କଂଗ୍ରେସ କମିଟିର ସମ୍ପାଦକ ହୋଇଥିଲେ ।

୧୯୩୦ରେ ଆଇନ ଅମାନ୍ୟ ଆନ୍ଦୋଳନ ବେଳେ ସୁଭାଷଙ୍କୁ ଗିରଫ କରି ଜେଲରେ ରଖାଯାଇଥିଲା। ତଥାପି ସ୍ବାଧିନତା ହାସଲ ପାଇଁ ସେ ଜାରି ରଖିଥିଲେ ସଂଗ୍ରାମ। ୧୯୩୯ରେ ସେ ଫରୱାର୍ଡ଼ ବ୍ଳକ ନାମକ ଏକ ନୂତନ ଦଳ ଗଠନ କରିଥିଲେ । ସଶସ୍ତ୍ର ଆନ୍ଦୋଳନ ଦ୍ଵାରା ହିଁ ଭାରତକୁ ବ୍ରିଟିଶ ସାମ୍ରାଜ୍ୟବାଦରୁ ମୁକ୍ତ କରିହେବ ବୋଲି ସେ ବିଶ୍ଵାସ କରୁଥିଲେ । ସୁଭାଷଙ୍କର ଏହି ଉଗ୍ରନୀତି ବ୍ରିଟିଶ ସରକାରଙ୍କ ନିଦ ହଜାଇଦେଇଥିଲା। ଭାରତର ସ୍ଵାଧୀନତା ପାଇଁ ଭାରତ ବାହାରେ ରହି ଯୁଦ୍ଧ କରିବା ପାଇଁ ୧୯୪୧ ଜାନୁଆରୀ ୧୭ ତାରିଖରେ ସେ ଭାରତର ସୀମା ଅତିକ୍ରମ କରି ବର୍ଲିନଠାରେ ପହଞ୍ଚିଥିଲେ । ଜର୍ମାନୀର ନାଜି ଶାସକ ହିଟଲରଙ୍କ ସହ ସାକ୍ଷାତ କରି ଭାରତର ସ୍ଵାଧୀନତା ହାସଲ ସମ୍ପର୍କରେ ତାଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଥିଲେ। ବର୍ଲିନଠାରେ ଏକ ମୁକ୍ତ ଭାରତ କେନ୍ଦ୍ର ଉନ୍ମୋଚନ କଲେ ଓ ଜର୍ମାନୀ ମାଟିରେ ଫ୍ରି ଇଣ୍ଡିଆ ଆର୍ମି ଗଠନ କରିଥିଲେ। ବର୍ଲିନରୁ ଆଜାଦ ହିନ୍ଦ ରେଡ଼ିଓ ମାଧ୍ୟମରେ ଭାରତବାସୀଙ୍କୁ ସଂଗ୍ରାମ ପାଇଁ ଆହ୍ଵାନ ଦେଇଥିଲେ ।

ଦ୍ଵିତୀୟ ବିଶ୍ଵଯୁଦ୍ଧ ସମୟରେ ଜାପାନରେ ରାସ ବିହାରୀ ବୋଷ ନାମକ ଜଣେ ଭାରତୀୟ ଜାପାନ, ବର୍ମା ପ୍ରଭୃତି ସ୍ଥାନରେ ପ୍ରବାସୀ ଭାରତୀୟ ଓ ଯୁଦ୍ଧ ବନ୍ଦୀମାନଙ୍କୁ ଏକତ୍ରିତ କରି ଭାରତୀୟ ସ୍ଵାଧୀନତା ଲିଗ ଗଠନ କଲେ । ସୁଭାଷ ସିଙ୍ଗାପୁରରେ ଆଜାଦ ହିନ୍ଦ ଫୌଜର ଦାୟିତ୍ଵ ଗ୍ରହଣ କଲେ ଏବଂ ୧୯୪୩ ମସିହା ଅକ୍ଟୋବର ୨୧ତାରିଖ ଦିନ ସେଠାରେ ଏକ ଅସ୍ଥାୟୀ ସ୍ଵାଧୀନ ସରକାର ମଧ୍ୟ ଗଠନ କରିଥିଲେ । ସେହିଠାରୁ ସେ ଆହ୍ଵାନ ଦେଇଥିଲେ ଦିଲ୍ଲୀ ଚଲୋ । ଏହା ସହ ଆରମ୍ଭ ହୋଇଥିଲା ଆଜାଦ ହିନ୍ଦ ଫୌଜର ଅଭିଯାନ । ୧୯୪୪ ମାର୍ଚ୍ଚ ୧୮ ତାରିଖରେ ଆଜାଦ ହିନ୍ଦ ଫୌଜ ବର୍ମା ସୀମା ଅତିକ୍ରମ କରି ଭାରତୀୟ ମାଟିରେ ପାଦ ଥାପିଥିଲା ଓ ମଣିପୁରର ଇମ୍ଫାଲ ଯାଏଁ ଏହି ଅଭିଯାନ ଅଗ୍ରସର ହୋଇଥିଲା । ଆଜାଦ ହିନ୍ଦ ଫୌଜ ଦୃଢ଼ ପଦକ୍ଷେପ ବ୍ରିଟିଶ ବାହିନୀର ନିଦ ହଜାଇଦେଇଥିଲା। ୧୯୪୫ ଅଗଷ୍ଟ ୧୮ ତାଙ୍କ ମୃତ୍ୟୁ ଆଜି ବି ରହିଛି ରହସ୍ୟ ଘେରରେ,ମୃତ୍ୟୁ ଉପରୁ ଏଯାଏ ଉଠିନି ପରଦା,ଜାପାନର ରାଜଧାନୀ ଟୋକିଓ ଅଭିମୁଖେ ଉଡାଜାହାଜରେ ଯାଉଥିବା ସମୟରେ ଲାଗିଥିଲା ନିଆଁ,ମାତ୍ର ସେ ବେଠୁ ଏଯାଏ ମିଳିପାରିନି ତାଙ୍କ ସନ୍ଧାନ । କିନ୍ତୁ ତାଙ୍କ ବୀରତ୍ବକୁ ସବୁଦିନ ପାଇଁ ମନେ ରଖିବ ଏମାଟି।

Tags: NULL
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.