ନ୍ୟୁଜ୍ 365(ବ୍ୟୁରୋ): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ସମ୍ପନ୍ନ ହେଲା ସଦିଦ ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ଶେଷକୃତ୍ୟ। ଆଜି ସୁଶାନ୍ତ କୁମାର ଖୁଣ୍ଟିଆଙ୍କୁ ଅଶ୍ରୁଳ ବିଦାୟ ଦିଆଯାଇଛି। ସହିଦ୍ ଯବାନଙ୍କ ମରଶରୀର ରାଞ୍ଚିରୁ କେନ୍ଦୁଝର ଦେଇ ସଡ଼କ ପଥରେ ଆସିବା ପରେ ପୂର୍ବାହ୍ନ ସାଢେ ନଅଟାରେ ଶୈଲଙ୍ଗ ଛକ ନିକଟରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଏକ ବିଶାଳ ଶୋଭାଯାତ୍ରା ଘସିପୁରା, ଶାଳପଡା, ଆନନ୍ଦପୁର ବ୍ରିଜ ଛକ, ବଡ଼ଦାଣ୍ଡ ଦେଇ ମରଶରୀର ୬ ନମ୍ବର ୱାର୍ଡରେ ଥିବା ତାଙ୍କ ଘରେ ପହଞ୍ଚିଥିଲା। ତାଙ୍କ ଘରେ ପରିବାର ସମ୍ପର୍କୀୟ ଶେଷ ଦର୍ଶନ କରିବା ପରେ ଶୋଭାଯାତ୍ରାରେ ବୈତରଣୀ ନଦୀକୂଳ ଶ୍ମଶାନକୁ ନିଆ ଯାଇଥିଲା।
ସି ଆର୍ ପି ଏଫ୍ ପକ୍ଷରୁ ତୋପ ସଲାମି ଦିଆଯିବା ପରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ସହିଦ୍ ସୁଶାନ୍ତ ଅମର ରହେ ଧ୍ୱନିରେ ଚାରିଆଡ଼େ ପ୍ରକମ୍ପିତ ହୋଇଥିଲା। ହଜାର ହଜାର ଲୋକଙ୍କ ଉପସ୍ଥିତିରେ ସହିଦଙ୍କୁ ଶେଷ ସମ୍ମାନ ପ୍ରଦାନ କରାଯାଇଥିଲା। ଗତକାଲି ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାର ହୁସିପିରେ ନକ୍ସଲଙ୍କ ଆକ୍ରମଣରେ ସହିଦ ହୋଇଥିଲେ ସୁଶାନ୍ତ।