ଓଡ଼ିଶା 365 (ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭଦ୍ରକ ସିଡିପିଓ। ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିଡିପିଓ ସୁଗନ୍ଧା ଦାସଙ୍କୁ ଧରିଲା ଭିଜିଲାନ୍ସ। ଆଜି ଦିନ ସାଢ଼େ ୧୧ଟା ସମୟରେ ଭଦ୍ରକ ଜିଲ୍ଲା ସାମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ନିକଟରେ ଭଦ୍ରକ ସିଡିପିଓ ସୁଗନ୍ଧା ଦାସ ଅଙ୍ଗନବାଡ଼ି କେନ୍ଦ୍ରର କର୍ମୀ ଇତିଶ୍ରୀ ସେଠୀଙ୍କ ନିଯୁକ୍ତି ପାଇଁ ତାଙ୍କ ଦାଦା ପ୍ରଶାନ୍ତ ସେଠୀଙ୍କ ନିକଟରୁ ଦଶ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ସେଠାରେ ଉପସ୍ଥିତ ଥିବା ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ଟିମ ହାତରେ ଧରା ପଡ଼ିଛନ୍ତି।
ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲା ବଣିଆ ପଞ୍ଚାୟତ ଅନ୍ତର୍ଗତ ସରଗଡ଼ିଆ ଅଙ୍ଗନବାଡ଼ି କେନ୍ଦ୍ରର କର୍ମୀ ଇତିଶ୍ରୀ ଏବଂ ସୁପରଭାଇଜର ସୁଲୋଚନ ବେହେରାଙ୍କ ନିଯୁକ୍ତି ପାଇଁ ଭଦ୍ରକ ସିଡିପିଓ ପଚାଶ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ। ଏଥିପାଇଁ ଆଜି ଦଶ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଯାହାର ସୂଚନା ପାଇ ଭିଜିଲାନସ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଆଜି ଏହି ଚଢ଼ାଉ କରାଯାଇଥିଲା।