ଓଡ଼ିଶା 365 (ବ୍ୟୁରୋ): ଆହୁରି ଦୁଇଦିନ ରାଜ୍ୟରେ ବର୍ଷା, ୧୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସୂଚନା ଜାରିକଲା ଆଞ୍ଚଳିକ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ଆଜି ଓ କାଲି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷା ପ୍ରକୋପ କମିବ । ପୁଣି ୨୩ ତାରିଖରୁ ଠାରୁ ବଢିବା ନେଇ ସମ୍ଭାବନା ରହିଛି ।
ଆଜି ନୂଆପଡା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଭଳି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏସବୁ ସ୍ଥାନରେ ୭ରୁ ୨୦ସେଣ୍ଟିମିଟର ବର୍ଷା ହୋଇପାରେ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି । ଉପକୂଳ ସମେତ ଆଭ୍ୟନ୍ତରୀଣରେ ବି ପ୍ରବଳ ବର୍ଷା ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ କି ଲଘୁଚାପର ପ୍ରଭାବ ଆଉ ଦିନଟିଏ ରହିବ । ଆସୁଛି ଆଉ ଏକ ଲଘୁଚାପ, ୧୮ ତାରିଖରେ ଅର୍ଥାତ୍ ଆଜି ସୃଷ୍ଟି ହେବ !
ତେବେ ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବେଶି ବର୍ଷିବ ଦକ୍ଷିଣ ଓଡ଼ିଶାରେ । ୧୯ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଦୁଇ ସପ୍ତାହ ପାଇଁ ଜାରି ହୋଇଥିବା ପୂର୍ବାନୁମାନ ଅନୁସାରେ ୨୫ରୁ ୩୧ ତାରିଖ ଭିତରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାନେଇ ସମ୍ଭାବନା ରହିଛି ।