ଓଡ଼ିଶା 365:(ବ୍ୟୁରୋ) ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ । ଭର୍ଚ୍ଚୁଆଲ ମୋଡ଼ରେ ଯୋଗଦେଇ ମୋଦି କହିଛନ୍ତି, ଗାନ୍ଧୀଜୀ ସ୍ୱାସ୍ଥ୍ୟକୁ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବିବେଚନା କରୁଥିଲେ ଯେ ଏହାକୁ ନେଇ ସେ “କୀ ଟୁ ହେଲ୍ଥ” ନାମରେ ପୁସ୍ତକ ରଚନା କରିଥିଲେ। ସେ କହିଥିଲେ ଯେ ସୁସ୍ଥ ରହିବା ଅର୍ଥ ହେଲା ଜନତାଙ୍କର ମନ ଓ ଶରୀର ସନ୍ତୁଳିତ ଓ ଖୁସିର ସହ ରହିବା ଦରକାର । ଏହା ଅର୍ଥ ହେଉଛି ସ୍ୱାସ୍ଥ୍ୟ ହେଉଛି ଜୀବନର ଭିତ୍ତିଭୂମି। ପ୍ରଧାନମନ୍ତ୍ରୀ କହିଥିଲେ ସ୍ୱାସ୍ଥ୍ୟ ହିଁ ଅମୂଲ୍ୟ ସମ୍ପଦ ଏବଂ ଉତ୍ତମ ସ୍ୱାସ୍ଥ୍ୟ ସହ ପ୍ରତ୍ୟେକ କାର୍ଯ୍ୟ ହାସଲ କରିହେବ।
ସେହିପରି, ସ୍ୱାସ୍ଥ୍ୟ ଓ ପରିବେଶ ଜୈବିକ ଦୃଷ୍ଟିକୋଣରୁ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ଥିବାରୁ ମୁକ୍ତ ବାୟୁ, ନିରାପଦ ପାନୀୟ ଜଳ, ପର୍ଯ୍ୟାପ୍ତ ପୌଷ୍ଟିକତା ଓ ନିରାପଦ ଆଶ୍ରୟସ୍ଥଳ ସ୍ୱାସ୍ଥ୍ୟ ପାଇଁ ପ୍ରଧାନ ଅବଲମ୍ବନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଜଳବାୟୁ ଓ ସ୍ୱାସ୍ଥ୍ୟ ଦିଗରେ ପଦକ୍ଷେପ ନେଇଥିବାରୁ ଅତିଥିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଅଣୁ କୀଟାଣୁ ପ୍ରତିରୋଧକ ନିରୋଧୀ (ଏଏମଆର)ର ଭୟ ଉପରେ ନେଇଥିବା ପଦକ୍ଷେପ ପ୍ରଶଂସନୀୟ ବୋଲି ସେ କହିଥିଲେ। ବର୍ତ୍ତମାନ ଆମେ ଯକ୍ଷ୍ମା ଉନ୍ମେଳନ ବୈଶ୍ୱିକ ଲକ୍ଷ୍ୟ ୨୦୩୦ର ଯଥେଷ୍ଟ ଆଗରୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ । ସ୍ୱାସ୍ଥ୍ୟ ସେବା ସମସ୍ତଙ୍କ ପାଇଁ ସୁଲଭ ହେବା ଓ ଡିଜିଟାଲ ସମାଧାନ ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।