ଓଡ଼ିଶା 365 (ବ୍ୟୁରୋ):୧୮ ଜିଲ୍ଲାରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି । ଉପକୂଳ ସମେତ ଆଭ୍ୟନ୍ତରୀଣରେ ବି ପ୍ରବଳ ବର୍ଷା ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ, ଲଘୁଚାପର ପ୍ରଭାବ ଆଉ ଦିନଟିଏ ରହିବ ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୯ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଆସନ୍ତା୨୩ରେ ଆସୁଛି ବଡ ବର୍ଷା ।
ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ । କିଛି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ । ତେବେ ଆସନ୍ତା ୨୫ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଘଡଘଡି ସହ ବର୍ଷା ହେବା ନେଇ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ତେବେ ପୂର୍ବରୁ ମୌସୁମୀ ସମୟରେ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିଲା ।
ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟରେ ଅଗଷ୍ଟ ୨୩/୨୪ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସାରା ରାଜ୍ୟରେ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ହେଉଛି ତ କେଉଁଠି ରାଜ କରୁଛି ଗରମ ଗୁଳୁଗୁଳି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ ।