ଓଡ଼ିଶା 365 (ବ୍ୟୁରୋ): ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। କାଲି ଶ୍ରାବଣ-ଶୁକ ସପ୍ତମୀ ତିଥି ଥିବାକୁ ଶ୍ରୀବିଗ୍ରହମାନଙ୍କ ର ହେବ ଶ୍ରୀମୁଖ ଶୃଙ୍ଗାର । ଏଥିପାଇଁ କାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
କାଲି ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ ।