ଓଡ଼ିଶା 365 (ବ୍ୟୁରୋ): ଆସନ୍ତା ୨୩ ତାରିଖ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ଏହି ଐତିହାସିକ ମୁହୂର୍ତ୍ତ ପାଇଁ ସମୟ ଯେତେ ପାଖେଇ ଆସୁଛି, ଏହାକୁ ନେଇ ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି। ଏହି ଅଭିଯାନ ନିଶ୍ଚୟ ସଫଳ ହେବ ବୋଲି ବୈଜ୍ଞାନିକମାନେ ଆଶା ରଖିଛନ୍ତି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା ‘ଇସ୍ରୋ’ ପକ୍ଷରୁ କୁହାଯାଇଛି ଯେ ଚନ୍ଦ୍ରଯାନ-୩ର ଅବତରଣ ପାଇଁ ସବୁ ପ୍ରସ୍ତୁତି କରାଯାଇଥିବା ବେଳେ ଏବେ ତା’ର ଆଭ୍ୟନ୍ତରୀଣ ଯାଞ୍ଚ କରାଯାଉଛି। ଅଗଷ୍ଟ ୨୩ ଅପରାହ୍ଣ ୫ଟା ୪୫ରେ ଅବତରଣ ପ୍ରକ୍ରିୟା ଆରମ୍ଭ ହେବ ଏବଂ ସନ୍ଧ୍ୟା ପ୍ରାୟ ୬ଟା ୪ରେ ଏହା ଚନ୍ଦ୍ରର ଦକ୍ଷିଣମେରୁରେ ଅବତରଣ କରିବ ବୋଲି ଆଶା କରାଯାଉଛି। ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମସ୍ତଙ୍କ ନଜର ରହିଛି ।