ଓଡ଼ିଶା 365 (ବ୍ୟୁରୋ): ଆସନ୍ତା ୨୬ ଯାଏ ରାଜ୍ୟରେ ହୋଇପାରେ କାଁ ଭାଁ ବର୍ଷା । ଏନେଇ ୧୮ଜିଲ୍ଲାକୁ ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜିଠାରୁ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ପ୍ରବଳ ବର୍ଷା ସମ୍ଭାବନା ଅଛି ।
ଆସନ୍ତା କାଲିଠାରୁ ଅର୍ଥାତ ୨୩ ତରିଖରୁ କଳାହାଣ୍ଡି, କନ୍ଧମାଳ, ଗଜପତି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାରେ ଭାରୀବର୍ଷା ନେଇ ସତର୍କତା ଜାରି କରାଯାଇଛି । ଆଗାମୀ ୨୪ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ,ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲା ଘଡ଼ଘଡି ସହ ବର୍ଷା ନେଇ ସତର୍କତା ଜାରି କରିଛି। ସେହିଭଳି ୨୫ ଓ ୨୬ ତାରିଖରେ ବର୍ଷାର ବିସ୍ତୃତି ସାମାନ୍ୟ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।