ଓଡ଼ିଶା 365 (ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ କରିବେ ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯାଗ୍ୟ, ଆଜି ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକରଙ୍କ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରନ୍ତି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ ।