ଓଡ଼ିଶା 365 (ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ପଶ୍ଚିିମ ଓଡ଼ିଶାର ୨୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ଆଶଙ୍କା। ଏହା ସହ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର। ପାଣିପାଗ ବିଭାଗର ସୂଚନା ମୁତାବକ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।
ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଖୋର୍ଦ୍ଧା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।