ଓଡ଼ିଶା 365 (ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଘୂର୍ଣ୍ଣିବଳୟ ସକ୍ରିୟ ରହିବା ଫଳରେ ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡ଼ିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।
ଏଣୁ ଆସନ୍ତା ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୩ ତାରିଖରେ ରାଜ୍ୟରେ ବିସ୍ତୁତି ବର୍ଷା ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୦ ଦଶମିକ ୨ ମିମି ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଦ୍ୱାରା ଖରିଫ ଫସଲ ପ୍ରଭାବିତ ହୋଇଛି ।