ଓଡ଼ିଶା 365 (ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ । ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଅଞ୍ଚଳରେ ଏକ ପ୍ଲଟ ଡିମାର୍କେସନ୍ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଜୟପୁର ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ରାକେଶ କୁମାର ପାତ୍ର। ସେ ତାଙ୍କ ୫ଟି ପ୍ଲଟ୍ ସୀମା ନିର୍ଦ୍ଧାରଣ କରିବା ପାଇଁ ଜଣେ ଅଭିଯୋଗକାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଅଧିକାରୀମାନେ ଜାଲ ବିଛାଇ ଅଭିଯୋଗକାରୀଙ୍କଠାରୁ ଲାଞ୍ଚ ଟଙ୍କା ନେଉଥିବା ବେଳେ ରାକେଶ ପାତ୍ରଙ୍କୁ ଧରିଥିବା ନେଇ ସୂଚନା ଦେଇଛନ୍ତି ଭିଜିଲାନ୍ସ ଇଅଧିକାରୀ।
ତେବେ ରାକେଶ ପାତ୍ରଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହି ଟ୍ରାପ୍ ପରେ ବିପୁଳ ପରିମାଣର ସମ୍ପତ୍ତି ଠୁଳ ଅଭିଯୋଗରେ ରାକେଶ ପାତ୍ରଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ଦୁର୍ନୀତି ନିବାରଣ (ସଂଶୋଧନ) ଆଇନ, ୨୦୧୮ର ଧାରା ୭ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି।