ଓଡ଼ିଆ 365 (ବ୍ୟୁରୋ): ଟ୍ୱିନସିଟି ଭୁବନେଶ୍ଵର ଓ କଟକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରିରହିଛି। ପ୍ରବଳ ବର୍ଷା ନେଇ ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସହରକୁ ସତର୍କତା ଜାରି କରାଯାଇଛି । ଏଥିପାଇଁ ଲୋକଙ୍କୁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏପଟେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଘୁର୍ଣ୍ଣବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ଆକଳନ କରାଯାଉଛି। ଲଘୁଚାପର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ । ଏଣୁ ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର ୨୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ଡିଗ୍ରି ଅଧିକ ରହୁଛି । ତେଣୁ ଭୟଙ୍କର ଗୁଳୁଗୁଳି ଅନୁଭୂତ ହେଉଛି । ୧ ଜୁନ ଠାରୁ ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ୭୮୯.୨ ମିମୀ ବର୍ଷା ରେକର୍ଡ କରାଯାଇଛି ଏହାର ସ୍ବାଭାବିକ ପରିମାଣ ରହିଛି ୯୩୧.୯ ମିମି ରହିଛି।