ଓଡ଼ିସା 365 (ବ୍ୟୁରୋ: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟାରେ ୨୨ ଜିଲ୍ଲାରେ ଝଡ଼ବର୍ଷା ଓ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ସେପ୍ଟେମ୍ବର ୩ ତାରିଖ ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ, ଉପକୂଳ, ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି। ଶନିବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ଏନେଇ ସତର୍କ ସୂଚନାଜାରି କରିଛି। ପାଣିପାଗ ବିଭାଗ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୩ ସେପ୍ଟେମ୍ବର, ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ବଜ୍ରପାତ ହୋଇପାରେ ବୋଲି ଆକଳନ କରାଯାଉଛି।