ଓଡ଼ିଶା 365 (ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ତିଥି। ଏଣୁ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେବ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି । ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ପାଇଁ ଆରମ୍ଭ ହେବ ପ୍ରସ୍ତୁତି।
ତେବେ ଏହି ବିଶେଷ ନୀତି ସମୟରେଠାକୁରଙ୍କ ଦର୍ଶନ କଟକଣା ରହିଥାଏ । ଦଇତାପତି ସେବକମାନେ ଏହି ସ୍ୱତନ୍ତ୍ର ସେବା ସମ୍ପନ୍ନ କରିବେ । ଏଣୁ ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବାରଣ କରାଯାଇଛି।
ରାହୁରେଖା ଲାଗି ନୀତିରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖର ଚତୁଃପାଶ୍ୱର୍ରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ(ପଟି)ଲଗାଯାଏ । ରାହୁରେଖା ଲାଗି ସରିଲେ ଠାକୁରଙ୍କ ମହାସ୍ନାନ ନୀତି ବଢି ଯଥାବିଧି ଦର୍ଶନ ଆରମ୍ଭ ହେବ । ତେବେ ସୋମବାରର ନୀତିକୁ ଚାହିଁ ଦର୍ଶନ କଟକଣା ରହିବ ବୋଲି ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ।