ଓଡ଼ିଶା 365 (ବ୍ୟୁରୋ): ଲଘୁଚାପର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏଣୁ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ରାଜ୍ୟରେ ଦିନସାରା ଲାଗିରହିବ ବର୍ଷା। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡିଶାର ୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ଉତ୍ତର ଓଡିଶା ଓ ପଶ୍ଚିମ ଓଡିଶାର ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲା ଅରେଞ୍ଜ ଓ୍ୱାଣ୍ଣିଂ ଜାରି କରାଯାଇଥିବା ବେଳେ ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ୭୦ରୁ ୧୧୦ ମିମି ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।