ଓଡ଼ିଶା 355 (ବ୍ୟୁରୋ): ରାଜ୍ୟରେ ଅସୁରକ୍ଷିତ ଗଜରାଜ। କିଛିଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ହାତୀ ମଡ଼କ ଦେଖିବାକୁ ମିଳିଛି। ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରୁ ହାତୀ ୨ଟିର ମୃତଦେହ ଠାବ କରାଯାଇଛି। ଆଜି ସକାଳେ ସାତକୋଶିଆ ଅଭୟାରଣ୍ୟର ଜଗନ୍ନାଥପୁର ଗାଁ ନିକଟ ଜଙ୍ଗଲରେ ହାତୀ ଦୁଇଟିର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ବନ ବିଭାଗକୁ ଖବର ଦେଖିଥିଲେ। ଖବର ପାଇ ବନ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହାସହ ଏକ ଡାକ୍ତରୀଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ହାତୀ ଦୁଇଟିର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ି ନାହିଁ।
ହାତୀ ଦୁଇଟି ଖାଦ୍ୟ ଅନ୍ୱେଷଣରେ ଆସିଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସେମାନଙ୍କୁ ମୃତ୍ୟୁ ଅନୁମାନ କରାଯାଉଛି। ପୋଷ୍ଟମୋର୍ଟମ ରିପୋର୍ଟ ଆସିବା ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି କହିଛି ବନ ବିଭାଗ।