ଓଡ଼ିଶା 365 (ବ୍ୟୁରୋ) : ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ପାଇଁ କେନ୍ଦ୍ର ସରକାର ଗଠନ କରିଥିବା କମିଟିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହେବ । ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଘରେ ଏହି ବୈଠକ ଆୟୋଜନ ହେବ । ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ବୈଠକରେ ଯୋଗଦେବା ପାଇଁ ଗୃହମନ୍ତ୍ରୀ ଅମିତ ଶାହ ରାମ ନାଥ କୋବିନ୍ଦଙ୍କ ଘରେ ପହଂଚିଛନ୍ତି । ଆଇନ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଏହି କମିଟିର ନେତୃତ୍ୱ ନେବେ ରାମ ନାଥ କୋବିନ୍ଦଙ୍କ। ଏହି କମିଟିରେ ଗୃହମନ୍ତ୍ରୀ ଅମିତ ଶାହା,ବରିଷ୍ଠ ନେତା ଗୁଲାମ ନବୀ ଆଜାଦ, ପୂର୍ବତନ ଅର୍ଥ ଆୟୋଗର ଅଧ୍ୟକ୍ଷ ଏନ.କେ ସିଂ, ଲୋକସଭାର ପୂର୍ବତନ ସେକ୍ରେଟେରୀ ଜେନେରାଲ ସୁଭାଷ ସି କାଶ୍ୟପ, ବରିଷ୍ଠ ଓକିଲ ହରିଶ ସାଲଭେ ଏବଂ ପୂର୍ବତନ ମୁଖ୍ୟ ଭିଜିଲାନ୍ସ କମିଶନର ସଞ୍ଜୟ କୋଠାରୀ ଅଛନ୍ତି ।