ଓଡ଼ିଶା 365 (ବ୍ୟୁରୋ): ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ଗୁରୁତ୍ୱପୂର୍ଣ୍ଣ ବୈଠକ। ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଏଣ ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ। ଏହାସହ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ବାଜିପାରେ ମୋହର। ଏପଟେ ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ବସୁଥିବା ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକରେ କି ନିଷ୍ପତ୍ତି ନିଆଯିବ ତା ଉପରେ ନଜର ରହିଛି ।
ବୈଠକରେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, କ୍ରୀଡ଼ା ଓ ଯୁବ ସେବା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା , ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଅର୍ଥ ଏବଂ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ସେପ୍ଟେମ୍ବର ୨୨ ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ସେଥିପାଇଁ ୧୮ରେ ନାମାଙ୍କନ ଦାଖଲ ହେବ । ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।