ଓଡ଼ିଶା365(ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ। ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ ହୋଇପାରେ। ରାଜ୍ୟ କ୍ୟାବିନେଟ୍ ବୈଠକରେ ପ୍ରାୟ ୧୫ରୁ ଊର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପସ୍ଥାପନ ଓ ଅନୁମୋଦନ ଲାଭ କରିପାରେ ବୋଲି କୁହାଯାଉଛି।
ଚଳିତ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାୟ ୨୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ କରିପାରନ୍ତି। ସେହିପରି ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିପାରେ ବୋଲି ସୂଚନା ରହିଛି। ଆସନ୍ତା ୨୧ ତାରିଖରେ ବିଧାନସଭାର ବାଚସ୍ପତି ନିର୍ବାଚନ ହେବ । ସେହିପରି ୨୨ ତାରିଖରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ ବସିବ। ତେଣୁ ଆଜି ବୈଠକରେ କଣ ନିଷ୍ପତ୍ତି ନିଆଯିବ ତାହା ଉପରେ ସମସ୍ତଙ୍କର ନଜର ରହିଛି।